You are here

Back to top

Prabasi Odia Sahitya: Srusti O Samikshya (Paperback)

Prabasi Odia Sahitya: Srusti O Samikshya Cover Image
By Sanghamitra Bhanja (Editor)
$18.00
Usually Ships in 1-5 Days

Description


ମଣିଷ ବିଦେଶରେ ରହି ଭାଷା ଭୁଲିଗଲେ ପରିଚିତି ସଂକଟର ସାମ୍ନା କରେ । ଓଡ଼ିଆ ସନ୍ତାନ ପୃଥିବୀର ବହୁ ଦେଶରେ ଅଛନ୍ତି ଓ ସେମାନେ ନିଜ ନିଜ କ୍ଷେତ୍ରରେ ସଫଳ ଓ ସମୃଦ୍ଧ । କର୍ମକ୍ଷେତ୍ରରେ ଓ ଦୈନନ୍ଦିନ ଜୀବନରେ ନିଜ ମାତୃଭାଷା ବ୍ୟବହାର କରିପାରନ୍ତି ନାହିଁ । କିନ୍ତୁ ପ୍ରଥମ ପିଢ଼ିର ପ୍ରବାସୀ ଓଡ଼ିଆମାନେ ସେମାନଙ୍କ ହୃଦୟର ନିକଟତମ ମାତୃଭାଷା ଓଡ଼ିଆକୁ ଭୁଲନ୍ତି ନାହିଁ । ସେମାନଙ୍କୁ ପଚାରିଲେ ସେମାନେ ନିଶ୍ଚୟ କହିବେ ସେମାନେ ସ୍ୱପ୍ନ ଦେଖନ୍ତି ମାଆର ଭାଷା ଓଡ଼ିଆରେ । ଆମେ ଓଡ଼ିଶାରେ ଥାଇ ଖବର ରଖୁ ବା ନ ରଖୁ କେତେ ପ୍ରବାସୀ ଓଡ଼ିଆ ବିଶେଷ କରି ଆମେରିକାରେ ଥିବା ପ୍ରଥମ ପିଢ଼ିର ସଫଳ ଓଡ଼ିଆ ମାତୃଭାଷାରେ ସାହିତ୍ୟ ରଚନା କରନ୍ତି । ମାଆ ଏବଂ ମାତୃଭାଷାର (ଲିପି) ମୁହଁ ସବୁଠୁ ସୁନ୍ଦର । ମାତୃଭାଷା ପୃଥିବୀର ମଧୁରତମ ସଂଗୀତ । ପ୍ରାଚୁର୍ଯ୍ୟ ଭିତରେ ଥାଇ ମଧ୍ୟ ଓଡ଼ିଆମାନେ ମାଆ ହାତରନ୍ଧା ଖାଦ୍ୟପେୟ ଏବଂ ମାତୃଭୂମିର ପର୍ବପର୍ବାଣି, ନୃତ୍ୟ-ଗୀତକୁ ଝୁରି ହୁଅନ୍ତି । ସେମାନେ ପ୍ରବାସୀ ଓଡ଼ିଆ ହେଲେ ମଧ୍ୟ ଛିନ୍ନମୂଳ ନୁହଁନ୍ତି । ଆପଣାର ଗାଁ, ଘର ଏବଂ ସଂସ୍କୃତି ପାଇଁ ସେମାନଙ୍କ ଭିତରେ ଉଚ୍ଚାଟ ଆବେଗ ସେମାନଙ୍କୁ ଲେଖାଏ । ଘର-ବାହାରେ ବେଶ୍ ପରିଶ୍ରମ କରନ୍ତି ସେମାନେ । ତା' ସତ୍ତ୍ୱେ ଯେଉଁ କେତେ ଜଣଙ୍କ ଭିତରେ ସୃଜନ ପ୍ରତିଭା ଅଛି, ସେମାନେ ଲେଖୁଛନ୍ତି । ଆମେ ସେମାନଙ୍କୁ କେତେ ପଢ଼ିଛୁ ଜାଣିଛୁ ସେଇଟା ସେମାନଙ୍କର ନୁହେଁ ଆମର ଦାୟିତ୍ୱ । ସାହିତ୍ୟ ଅନ୍ତଃପ୍ରେରଣାରୁ ସୃଷ୍ଟି ହେଲେ ମଧ୍ୟ ବାହ୍ୟ ପ୍ରେରଣାର ଭୂମି ଲେଖକର ସାହିତ୍ୟ ସୃଷ୍ଟିପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ । ପ୍ରବାସୀ ସାହିତ୍ୟ ଆମ ସାହିତ୍ୟର ଏକ ଗୁରୁତ୍ୱପୂର୍ଣ୍ଣ ଅଭିବ୍ୟକ୍ତି ବୋଲି ଆମେ ଏ ପର୍ଯ୍ୟନ୍ତ ବିଚାରିନାହୁଁ । ସେମାନଙ୍କ ସାହିତ୍ୟ ଉପରେ ଆଲୋଚନା-ସମାଲୋଚନା କେତେ ହୁଏ? ଉତ୍ତର ସମ୍ଭବତଃ ନା । ବିଳମ୍ବରେ ହେଲେ ମଧ୍ୟ ପ୍ରବାସୀ ସାହିତ୍ୟ ସୃଷ୍ଟି-ସମୀକ୍ଷାର ପ୍ରକାଶନ ସେମାନଙ୍କ ସାରସ୍ୱତ ସାଧନାକୁ ଗର୍ବିତ ସ୍ୱୀକୃତି ଦେବ ।




Product Details
ISBN: 9781645603726
ISBN-10: 1645603725
Publisher: Black Eagle Books
Publication Date: April 17th, 2023
Pages: 452
Language: Oriya